ମେଷ:-
କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।
ବୃଷ:-
କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ମହିଳାମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ମିଥୁନ:-
ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।
ସିଂହ:-
କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
କନ୍ୟା:-
ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରରେ ମାତା ପିତାଙ୍କସହ କଳହ ଅବସାନ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ତୁଳା:-
ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଯୁବକ-ଯୁବତୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ।
ବିଚ୍ଛା:-
ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ। ମହିଳାମାନେ କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ଧନୁ:-
ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମକର:-
ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କୁମ୍ଭ:-
ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ। ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ। ବାଦ-ବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-
କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ପ୍ରତିକାର:- ଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988