ଦୈନିକ ରାଶିଫଳ: ୨୧ ମଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୧ତାରିଖ, ଗୁରୁବାର, ବୃଷମାସ ୮ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୪ମିନିଟ୍, ଦିବା ୯ଟା ୩୫ମିନିଟ୍ ରୁ ୧୧ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୮ମିନିଟ୍ ରୁ ରାତ୍ର ୯ଟା ୯ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସରକାରୀ କାମରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ, ପ୍ରତିଦ୍ଵନ୍ଦିତା କ୍ଷେତ୍ରରେ କୃତକାର୍ଯ୍ୟ ହେବେ।  ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ।  ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ବରଂ ନିଜର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହୋଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସତର୍କ ନହେଲେ ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବା ସହ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସନ୍ତାନଙ୍କ ଶୁଭ ସମ୍ବାଦପାଇ ଖୁସି ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ରାଜନୀତି କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପରିଶ୍ରମର ସୁଫଳ ଭୋଗ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!