ଦୈନିକ ରାଶିଫଳ: 21 ମଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇ ମାସ ୨୧ ତାରିଖ, ଶୁକ୍ରବାର, ବୃଷ ମାସ ୭ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ନବମୀ ତିଥି, ପୂର୍ବଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୧୧ଟା ୧୧ ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୦ମିନିଟ୍ ରୁ ୨ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୧୪ମିନିଟ୍ ରୁ ରାତ୍ର ୮ଟା ୨୪ମିନିଟ୍ । ପର୍ବଦିନ-ସୀତା ନବମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟରେ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ଶତୃ ପରାଜିତ ହେବା ଫଳରେ ନିରାଶା ଦୂର ହୋଇ ସ୍ଥିତି ସାମାନ୍ୟ ବଦଳିଯିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ପରିବାରକୁ ସଜାଡ଼ି ନେବେ । ବାଦବିବାଦ ପ୍ରତିଯୋଗୀତା, ପରୀକ୍ଷା, ଖେଳରେ ବିଜୟୀ ହେବେ । ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିଲେ ମଧ୍ୟ ଉତ୍ତମ ରୋଜଗାର ମିଳିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଶୁଭ ସମାଚାର ପାଇ ଖୁସି ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ମିତ୍ରଙ୍କଠାରୁ ସହଯୋଗ ମିଳିବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶରୀର ଅସୁସ୍ଥ ରହିବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଆର୍ଥିକଚିନ୍ତା ଦୂର ହୋଇଯିବ । ଋଣରୁ ମୁକ୍ତି ମିଳିବ । ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ । ଗୃହସ୍ଥ ଜୀବନ ସୁଖମୟ ହେବ । ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟର ସ୍ଥିତି ସୁଧୁରିଯାଇ ନିଜ ପରିଶ୍ରମରୁ ଲାଭର ମାର୍ଗ ପ୍ରଶସ୍ଥ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଶିକ୍ଷାର୍ଥୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହୋଇପାରେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁଯୋଗ ପାଇ ଅତ୍ୟନ୍ତ ଶୁଭଫଳ ପାଇବା ସହ ଆୟରସ୍ରୋତ ବୃଦ୍ଧିହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବା ଫଳରେ ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ଦେଖାଦେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଅଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିପାରେ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି କରଜର ମାତ୍ରା ହ୍ରାସ ପାଇବ । ବୃତ୍ତିଗତ ଦୃଷ୍ଟିରୁ ସୁଯୋଗ ପାଇ ଅତ୍ୟନ୍ତ ଶୁଭଫଳ ପାଇବା ସହ ଆୟରସ୍ରୋତ ବୃଦ୍ଧିହେବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଓ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ସ୍ୱାସ୍ଥ୍ୟ ହାନୀ ହେବ । ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!