ଦୈନିକ ରାଶିଫଳ: 21 ମଇ 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୧ତାରିଖ, ଶନିବାର, ବୃଷମାସ ୭ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଷଷ୍ଠୀତିଥି ଦିବା ୨ଟା ୫୯ମିନିଟ୍ ପରେ ସପ୍ତମୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ସକାଳ ୮ଟା ୧୦ମିନିଟ୍ ପରେ ବ୍ରହ୍ମ ଯୋଗ । ବାଣିଜ୍ୟ କରଣ ଦିବା ୨ଟା ୫୯ମିନିଟ୍ ପରେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୨ଟା ୫୯ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୨ଟା ୫୯ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ସପ୍ତମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୫୦ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ଦିବା ୨ଟା ୫୮ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ସନ୍ଧ୍ୟା ୬ଟା ୧୩ମିନିଟ୍ । ଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୮ମିନିଟ୍, ଦିବା ୨ଟା ୫୯ମିନିଟ୍ ରୁ ୩ଟା ୩୬ମିନିଟ୍, ରାତ୍ର ୭ଟା ୩୭ମିନିଟ୍ ରୁ ୭ଟା ୪୦ମିନିଟ୍, ରାତ୍ର ୧୧ଟା ୨୨ମିନିଟ୍ ରୁ ୧ଟା ୩୨ମିନିଟ୍, ରାତ୍ର ୩ଟା ୧ମିନିଟ୍ ରୁ ରାତ୍ର ୩ଟା ୪୯ମିନିଟ୍ ।

ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ । ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଆତ୍ମୀୟତା ସୃଷ୍ଟିହେବ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ବିଚ୍ଛା:-ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ସ୍ଵାସ୍ଥ୍ୟସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଆର୍ଥିକସ୍ଥିତିରେ ସୁଧାର ଆସିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମୀନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଦୂରସ୍ଥାନକୁ ଯାତ୍ରା କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ରହିବ । ରାଜନୀତିରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!