ଦୈନିକ ରାଶିଫଳ: ୨୧ ନଭେମ୍ବର ୨୦୧୮। ଶ୍ରୀ ଗଣେଶ ଙ୍କ କୃପାରୁ ଏହି ରାଶିମାନଙ୍କ ପାଇଁ ଅଛି କିଛି ଖୁସି ଖବର
ମେଷ:-
ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।
ବୃଷ:-
ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦେବେ।
ମିଥୁନ:-
ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।
କର୍କଟ:-
ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-
କର୍ମକ୍ଷେତ୍ରରେ ଟେନସନ ଦୂର ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।
ତୁଳା:-
ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
ବିଛା:-
ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।
ଧନୁ:-
ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।
ମକର:-
କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ ପ୍ରଭୃତି ରୋଗ ଦେଖା ଦେଇପାରେ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-
ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-
ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଲାଗି ରହିବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988