ଦୈନିକ ରାଶିଫଳ: 21 ନଭେମ୍ବର 2022, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୧ତାରିଖ, ସୋମବାର, ବିଛାମାସ ୬ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି ଦିବା ୧୦ଟା ୭ମିନିଟ୍ ପରେ ତ୍ରୟୋଦଶୀତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ଦିବା ୧୨ଟା ୨୮ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର। ଆୟୁଷ୍ମାନ ଯୋଗ। ତୈତିଳ କରଣ ଦିବା ୧୦ଟା ୭ମିନିଟ୍ ପରେ ଗର କରଣ। ମିଥୁନ ରାଶିର ଘାତବାର। ଦିବା ୧୨ଟା ୨୮ମିନିଟ୍ ପର୍ଯ୍ୟନ୍ତ ବୃଷ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ ଦିବା ୧୦ଟା ୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ଦିବା ୧୦ଟା ୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୨୪ମିନିଟ୍ ରୁ ୮ଟା ୪୭ମିନିଟ୍, ଦିବା ୨ଟା ୧୭ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ରି ୯ଟା ୫୫ମିନିଟ୍ ରୁ ୧୧ଟା ୩୨ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୩ମିନିଟ୍ ରୁ ୭ଟା ୨୩ମିନିଟ୍, ସକାଳ ୮ଟା ୫୯ମିନିଟ୍ ରୁ ୧୧ଟା ୯ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୫୪ମିନିଟ୍, ରାତ୍ର ୨ଟା ୩୫ମିନିଟ୍ ରୁ ୩ଟା ୨୫ମିନିଟ୍। ପର୍ବଦିନ- ସୋମ ପ୍ରଦୋଷ ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ବୃଷ:-ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ଶୁଭ ସମ୍ବାଦ ପାଇ ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ। ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସାମୟିକ ଶାରୀରିକ ପୀଡା ଭୋଗ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସାଂସାରିକ ଜୀବନ ସୁଖମୟ ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। କର୍ମ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!