ଦୈନିକ ରାଶିଫଳ: ୨୧ ଅକ୍ଟୋବର ୨୦୧୮। ସୂର୍ଯ୍ୟଙ୍କ କୃପାରୁ ଏହି ୫ଟି ରାଶିର ବଦଳିବ ଭାଗ୍ୟ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଅକ୍ଟୋବର ୨୦୧୮। ସୂର୍ଯ୍ୟଙ୍କ କୃପାରୁ ଏହି ୫ଟି ରାଶିର ବଦଳିବ ଭାଗ୍ୟ।

ମେଷ:

ଘରୋଇ କର୍ମଚାରୀଙ୍କ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ମହିଳାମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଯୁବକ ଯୁବତୀମାନେ କ୍ରିଡାପ୍ରତିଯୋଗିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ କୌଣସି କାମ ଅଟକିବ ନାହିଁ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଘରୋଇ କର୍ମଚାରୀମାନେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ମିଥୁନ:

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ଘରୋଇ କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ।  ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବାଣିଜ୍ୟ କ୍ଷେତ୍ରରେ କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:

ବ୍ୟବସାୟ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ମହିଳାମାନେ ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଯୁବକ ଯୁବତୀମାନେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଘରୋଇ କର୍ମଚାରୀମାନେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:

ଶ୍ରମିକ ଓ ଘରୋଇ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। କଳାକାରମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ସହିତ କାର୍ଯ୍ୟ ଦକ୍ଷତାକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଯୁବକ ଯୁବତୀମାନେ ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

କନ୍ୟା:

ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ଘରୋଇ କର୍ମଚାରୀ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳହେବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ ଓ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:

କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଅନୁଭବ କରିବେ। ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଯୁବକ ଯୁବତୀମାନଙ୍କର ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ।ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକଦ୍ୱନ୍ଦ ଦେଖା ଦେଇପାରେ। ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। କଳାକାରମାନଙ୍କର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପୁରାତନରୋଗରୁ ଉପଶମ ମିଳିବ। ଘରୋଇ କର୍ମଚାରୀଙ୍କ ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:

ପ୍ରେମିକ ପ୍ରେମିକା ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ନୂତନ ଦ୍ରବ୍ୟ କ୍ରୟ କଲେ କମିଶନ କାର୍ଯ୍ୟରେ ଅଧିକ ଲାଭ ହେବାର ସମ୍ଭାବନା। ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:

କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବାଣିଜ୍ୟ କ୍ଷେତ୍ରରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କଳାକାରମାନେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଆଲୁଅ ଅନ୍ଧାର ଲୁଚକାଳି ଖେଳର ଅବସାନ ହେବ। ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ କଥା ହୋଇ ପରାନ୍ତି। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ଘରୋଇ କର୍ମଚାରୀଙ୍କ ଉପରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଯୁବକ ଯୁବତୀମାନଙ୍କର ନିଜ ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ଓ ଗୁରୁଜନଙ୍କ ସେବା, ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!