ଦୈନିକ ରାଶିଫଳ: ୨୧ ଅକ୍ଟୋବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ କଷ୍ଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଶତୃମାନେ ମଥାନତ କରିବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ରାଜନୀତିରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ମହିଳାମାନେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ଦୂରେଇ ଯିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରିଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ କରିବାକୁ ଚେଷ୍ଟାକଲେ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରି ପାରନ୍ତି। ପ୍ରତିକାର:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ନୂତନ ବସ୍ତୁ ଓ ବାହନ ଆଦି କ୍ରୟ କରି ପାରିବେ। ପ୍ରତିକାର:- ଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଉପରିସ୍ଥଙ୍କୁ ଆପଣାର କରି ପରିବାର ଜନଙ୍କ କୃପାଭାଜନ ହେବେ। ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ। ବିବାଦୀୟ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର:- ଅସହାୟଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଧନୁ:-

ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପ୍ରତିକାର:- ଅସହାୟାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ ଓ ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଘରପରିବାରକୁ ପ୍ରାଥମିକତା ଦେଇ ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!