ଦୈନିକ ରାଶିଫଳ: 21 ଅକ୍ଟୋବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୧ ତାରିଖ, ବୁଧବାର, ତୁଳା ମାସ ୫ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ସକାଳ ୯ଟା ୮ମିନିଟ୍ ଗତେ ଷଷ୍ଠୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତ ଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ, ଦିବା ୯ଟା ୮ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୮ଟା ୩ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୩ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ୬ଟା ୫୪ମିନିଟ୍, ରାତ୍ର ୮ଟା ୩୬ମିନିଟ୍ ରୁ ୨ଟା ୩୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-

ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସାମାଜିକ ପତିଆରା ଅମଳିନ ରହିବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।  ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ସହ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। କୌଶଳ ପ୍ରୟୋଗ କରି  ସରକାରୀ କ୍ଷେତ୍ରରେ ସଫଳତା ମିଳିବ।  ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ।  ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଘାବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିଯିବ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଓ ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ।  ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦୂରଯାତ୍ରାରେ ସଫଳତା ପାଇବେ ଓ ପ୍ରିୟଜନଙ୍କ ସହ ମିଳନ ହେବ। କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକରଣ କ୍ରୟ କରିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ସହ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶୁଭ ସମାଚାର ପାଇ ଖୁସି ହେବେ। ଆର୍ଥିକ ଦିଗରୁ ସୁବିଧା ମିଳିବ। ଦୂରଯାତ୍ରାରେ ଲାଭପାଇବେ। ଚିତ୍ତପ୍ରସନ୍ନ ରହିବ। କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ସଫଳତା ଅର୍ଜନ କରି କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପାରିବାରିକ ତିକ୍ତତା ଦୂରହେବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସମସ୍ତ କ୍ଷେତ୍ରରେ ଜୟ ଜୟ କାର ହେବ। ନୂଆ ଯୋଜନାରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!