ସାପ୍ତାହିକ ରାଶିଫଳ: ୨୧ ଅକ୍ଟୋବର ରୁ ୨୭ ଅକ୍ଟୋବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ କାମ କରି ପ୍ରଶଂସିତ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା  ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ ଓ କର୍ମ କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜନସେବାରେ ନିଜକୁ ନିୟୋଜିତ କରିବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟାର ସମାଧାନ କରି ପାରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉତ୍ତମ ରୋଜଗାର ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ନୂତନ ଯୋଜନାରେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ଉନ୍ନତିରେ ସଫଳତା ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧି ତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନ୍ୟାୟଧୀଶ, ପ୍ରଶାସନିକସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!