ଦୈନିକ ରାଶିଫଳ: 21 ସେପ୍ଟେମ୍ବର 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୨୧ତାରିଖ, ବୁଧବାର, କନ୍ୟାମାସ ୫ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ପରିଘ ଯୋଗ ସକାଳ ୯ଟା ୧୧ମିନିଟ୍ ପରେ ଶିବ ଯୋଗ । ବବ କରଣ ଦିବା ୧୦ଟା ୩୩ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ ରାତି ୧୧ଟା ୩୪ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୧ଟା ୩୪ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୯ମିନିଟ୍, ଦିବା ୧୧ଟା ୩୯ମିନିଟ୍ ରୁ ଦିବା ୧ଟା ୯ମିନିଟ୍, ରାତ୍ରି ୨ଟା ୩୯ମିନିଟ୍ ରୁ ୪ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧୧ଟା ୩୮ମିନିଟ୍, ଦିବା ୧ଟା ୪୧ମିନିଟ୍ ରୁ ୪ଟା ୩ମିନିଟ୍, ସନ୍ଧ୍ୟା ୬ଟା ୨୯ମିନିଟ୍ ରୁ ରାତ୍ର ୭ଟା ୧୫ମିନିଟ୍, ରାତ୍ର ୮ଟା ୫୩ମିନିଟ୍ ରୁ ୨ଟା ୩୮ମିନିଟ୍, ରାତ୍ର ୪ଟା ୧୦ମିନିଟ୍ ରୁ ୫ଟା ୩୭ମିନିଟ୍ । ପର୍ବଦିନ- ସର୍ବସମ୍ମତ ଇନ୍ଦିରା ଏକାଦଶୀ, ଅପରପକ୍ଷର ଏକାଦଶୀ ଶ୍ରାଦ୍ଧ ।

ମେଷ:-ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରିବେ । କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି ହେବ । ସନ୍ତାନଙ୍କ ଶୁଭ ଖବର ପାଇ ଖୁସି ହେବେ । ଆମଦାନୀ ରପ୍ତାନି ବ୍ୟବସାୟରେ ବିଶେଷ ଲାଭହେବ । କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ପଢାପଢିରେ ମାନସିକ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ପାଇଁ ଚେଷ୍ଟା କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ବ୍ୟବସାୟ ସଂସ୍ଥାନ ସଫଳ ଦାୟକ ହେବ । ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇ ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ଉଦର ପୀଡାରେ ପ୍ରଭାବିତ ହୋଇ ପାରନ୍ତି । ଦୂରସ୍ଥାନକୁ ଯାତ୍ରା କଲେ କଷ୍ଟ ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶୁଭକାମ କରି ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଥିବାରୁ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଶତୃମାନେ ଦୂରେଇ ଯିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ଭଲ ରହିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରିବେ । ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ପାରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସନ୍ତାନ ସନ୍ତତି ମାନଙ୍କପାଇଁ ଖୁସି ରହିବେ । ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ବ୍ୟବସାୟରେ ସାମାନ୍ୟ ଆର୍ଥଲାଭ ହେବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ । ଆୟ ମଧ୍ୟ ଉତ୍ତମ ହେବ । ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି । ମାନସିକ ଦୁଃଶ୍ଚିନ୍ତା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ହାସଲ କରିବେ । ଗୃହସମସ୍ୟା ସମାଧାନ ହୋଇଯିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ । କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ପ୍ରଚୁର ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର-କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ନୂତନ ଦ୍ରବ୍ୟ କ୍ରୟ କରିବେ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସମୟ ଅନୁକୂଳ ଥିବାରୁ ସମସ୍ତକାର୍ଯ୍ୟ ପୁରଣରେ ସହଜ ସରଳ ହେବ । ଜୀବନସାଥି, ସନ୍ତାନ ଓ ପରିବାର ଜନଙ୍କସହ ସମୟ ବିତେଇବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇ ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!