ଦୈନିକ ରାଶିଫଳ: ୨୧ ସେପ୍ଟେମ୍ବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସରକାରୀ ସାହାଯ୍ୟ ମିଳିପାରେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ମହିଳାମାନଙ୍କର ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ମହିଳାମାନଙ୍କର ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହୋଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ପ୍ରସାଦ କରି ବାଣ୍ଟି ଦିଅନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କଷ୍ଟସାଧ୍ୟ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ସାର୍ବଜନୀନ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!