ସାପ୍ତାହିକ ରାଶିଫଳ: ଜାନୁୟାରୀ ୨୧ ରୁ ୨୭, ଆକସ୍ମିକ ଧନ ଲାଭ ହେତୁ ଏହି ରାଶି ମାନଙ୍କର ଖୋଲିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଜାନୁୟାରୀ ୨୧ ରୁ ୨୭

ମେଷ:- ଏ ସପ୍ତାହରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଯୁବକ-ଯୁବତୀ ମାନଙ୍କର ବିବାହ କ୍ଷେତ୍ରରେ ବାଧା ଦୂରେଇ ଯିବ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିବାରରେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଭାଙ୍ଗିପଡିବେ ନାହିଁ। ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ଆର୍ଥିକ ଉନ୍ନତି ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏ ସପ୍ତାହରେ ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଶାନ୍ତି ମିଳିବା ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ସାମାଜିକ ସ୍ତରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:- ଏ ସପ୍ତାହରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ବେୟ ତୁଳନାରେ ଆୟ ବହୁତ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୈବାହିକ ଜୀବନରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:- ଏ ସପ୍ତାହରେ ବ୍ୟବସାୟରେ ଉତ୍ତମ ଲାଭ ହେବା ସହ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ।  ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ସାମାଜିକ ସ୍ତରରେ ସହନ ଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଯୁବକ ଯୁବତୀମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳତା ଲାଭ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ ।

ସିଂହ:- ଏ ସପ୍ତାହରେ ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପାରିବାରିକ  ସମସ୍ୟା ସମାଧାନ ହୋଇ ପ୍ରଶଂସିତ ହେବେ।  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଆର୍ଥିକସ୍ଥିତି ଭଲ ରହିବ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:- ଏ ସପ୍ତାହରେ ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଖର୍ଚ୍ଚ କରିବାକୁ ପଡିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଯ୍ୟ ପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:- ଏ ସପ୍ତାହରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।   

ବିଚ୍ଛା:- ଏ ସପ୍ତାହରେ ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ସାମୁହିକ ପ୍ରୟାସ ଏବଂ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ସମାଜ ସେବା କରି ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ଓ ସ୍ଵନାମ ଅର୍ଜନ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ଧନୁ:- ଏ ସପ୍ତାହରେ ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ଛାତ୍ର ଛାତ୍ରୀ ମାନେ ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଘରୋଇ କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ।

ମକର:- ଏ ସପ୍ତାହରେ ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସା ପାଇବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟି ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କୁମ୍ଭ:- ଏ ସପ୍ତାହରେ ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।   

ମୀନ:- ଏ ସପ୍ତାହରେ ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବା ସହ ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!