ଦୈନିକ ରାଶିଫଳ: ୨୨ ଏପ୍ରିଲ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୨ତାରିଖ, ବୁଧବାର, ମେଷ ମାସ ୧୦ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ପ୍ରାତଃ ୫ଟା ୩୮ମିନିଟ୍ ଗତେ ଅମାବାସ୍ୟା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟପ୍ରାତଃ ୫ଟା ୨୮ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୧୧ମିନିଟ୍ ରୁ ୧୧ଟା ୧୯ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୪୯ମିନିଟ୍ ରୁ ୧୦ଟା ୩୫ମିନିଟ୍।ପର୍ବଦିନ ନଷ୍ଟ ଚନ୍ଦ୍ରୋପବାସ ଓ ନିଶାପାଳନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସର୍ବଦା ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଘର-ପରିବାରକୁ ପ୍ରଥମିକତା ଦେବେ, ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଚିତ୍ତପ୍ରସନ୍ନ ରହିବ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଧାର୍ମିକ, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ନିଜର କ୍ଷମତାକୁ ଭଲ କାର୍ଯ୍ୟରେ ଲଗେଇବା ସହିତ ମିତ୍ରଙ୍କ ଇଛାକୁ ପୂରଣ କରିବାକୁ ପ୍ରୟାସ କରିବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବା ଫଳରେ ସମସ୍ତ ଯୋଜନା କ୍ରିୟାନ୍ଵିତ ହେବ। ରାଜନୀତି କ୍ଷେତ୍ରରେ ସୁବକ୍ତା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳତା ମିଳିବ। ଶତୃମାନେ ପରାଜିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସରକାରୀ କ୍ଷେତ୍ରରେ ଶୁଭ ସମାଚାର ପ୍ରାପ୍ତି ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଧର୍ମ କର୍ମରେ ରୁଚି ରହିବ ଓ ସମାନ ବିଚାରଧାରା ଲୋକଙ୍କୁ ଦରକାର ଅନୁଭବ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଚାକିରୀରେ ପଦୋନ୍ନତି ମିଳିବ, ଯଶ ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶପ୍ରତିଷ୍ଠା ତଥା ଲୋକପ୍ରିୟତା ହାସଲ କରି ପାରିବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ରାଜନୀତିରେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ ଓ ପରିବାର ଜନଙ୍କ ସହିତ ସମୟ ବିତେଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ।  ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶାରୀରିକ କଷ୍ଟ ଦୂର ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।  ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୁଃଖୀ ଲୋକଙ୍କୁ ସାହାରା  ହେବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଶତୃମାନେ ଦୂର ହେବେ ଓ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ରୋଜି ରୋଜଗାର କାମକୁ ଆପଣେଇ ନେଲେ ଲକ୍ଷ୍ମୀଙ୍କ କୃପା ହେବ। ବିଦ୍ୟା କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ମଧ୍ୟ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ।  ବ୍ୟବସାୟରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!