ଦୈନିକ ରାଶିଫଳ: 22 ଏପ୍ରିଲ 2021, ସୁଦୁଶାବ୍ରତରେ ମା ଲକ୍ଷ୍ମୀ ଏହି ରାଶି ଉପରେ ଢାଳିବେ କୃପା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୨ତାରିଖ, ଗୁରୁବାର, ମେଷମାସ ୯ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦଶମୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର, ସକାଳ ୮ଟା ୧୩ମିନିଟ୍ ପରେ ମଘା ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ସକାଳ ୮ଟା ୧୩ମିନିଟ୍ ଗତେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୨୮ ମିନିଟ୍ ରୁ ୭ଟା ୭ ମିନିଟ୍, ରାତ୍ରି ୧୦ଟା ୩୦ ମିନିଟ୍ ରୁ ୧ଟା ୨ ମିନିଟ୍, ରାତ୍ରି୨ଟା ୨୪ ମିନିଟ୍ ରୁ ୩ଟା ୯ ମିନିଟ୍ । ପର୍ବଦିନ- ସୁଦଶା ବ୍ରତ, ପୀଠେ ଓ ମୃଣ୍ମୟୀ ବାସନ୍ତୀ ଦେବୀଙ୍କ ଦଶହରା ଉତ୍ସବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରିରୀକ ଅସୁସ୍ଥତା ଦୂରହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । କର୍ମ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମାଜିକ କାର୍ଯ୍ୟରେ ରତ ହେବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ । କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ହଇରାଣ ହେବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । କୋର୍ଟକଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ । ଆର୍ଥିକ ଅନାଟନ ଯୋଗୁ ଗୃହର ବାତାବରଣ ଅଶାନ୍ତ ରହିବ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ । ପରିବାରରେ ସୁଖ ସମୃଦ୍ଧି ପ୍ରାପ୍ତି, ଆର୍ଥିକ ଉନ୍ନତି, ମାନସିକ ସ୍ଥିରତା ସହିତ ଶୁଖି ଦାମ୍ପତ୍ୟ ଜୀବନ ଆତିବାହିତ କରିବେ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!