ଦୈନିକ ରାଶିଫଳ: 22 ଏପ୍ରିଲ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ ଅଳ୍ପରେ ସନ୍ତୁଷ୍ଟ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ। କର୍ମଚାରୀ ମାନଙ୍କର ଉନ୍ନତିହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆର୍ଥିକ ସହାୟତା ପାଇ ପାରନ୍ତି। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ମାନସିକ ଦୁଶ୍ଚିନ୍ତା, ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଉଚିତ୍ ପନ୍ଥା ଗ୍ରହଣ ନକଲେ ନିଜ ଲୋକମାନେ ମନମୋଟିଆ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କାରବାରରେ ସୁଧାର ଆସିବା ଫଳରେ ମନ ଭଲ ରହିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନବନ୍ଧୁଙ୍କ ଆଗମନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ବିଦ୍ୟା କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ଉତ୍ତମ ରୋଜଗାର କରିପାରିବେ। ଦୂରଯାତ୍ରାରେ ଆକସ୍ମିକ ଧନଲାଭ ହେବ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପିଲାଙ୍କସହ ଖୁସିରେ ରହିବେ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ। ଖେଳକୁଦରେ ବିଜୟୀ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!