ଦୈନିକ ରାଶିଫଳ: ୨୨ ଅଗଷ୍ଟ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ଆଇନ ଅଦାଲତ ଓ ପାରିବାରିକକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଦାମ୍ପତ୍ୟ ସୁଖରେ ଶୁଖିହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାର ରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରି ଲିଖିତ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧି ହେବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଶତ୍ରୁବାଧା ଦୂରେଇ ଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ର ରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲିଯିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ମିତ୍ରମାନଙ୍କଦ୍ୱାରା ଅନେକ କାର୍ଯ୍ୟରେ ଓ ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ଏବଂ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରିବେ। ବିଦ୍ୟାରେ ମଧ୍ୟମଫଳ, ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!