ଦୈନିକ ରାଶିଫଳ: ୨୨ ଅଗଷ୍ଟ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୨ ତାରିଖ, ଶନିବାର, ସିଂହ ମାସ ୭ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ର ୮ଟା ୨୪ମିନିଟ୍ ରୁ ୧୦ଟା ୩୯ମିନିଟ୍। ପର୍ବଦିନ- ଶ୍ରୀ ଗଣେଶ ପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କୌଣସି ନୂତନ କର୍ମ କରିବାକୁ ଯୋଗାଯୋଗ କରି ପାରିବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ବହୁତ ଭଲ ପାଉଥିବା ଲୋକ ଓ ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଚିତ୍ତପ୍ରସନ୍ନ ରହିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ। ବ୍ୟବସାୟରେ ଉନ୍ନତି ହେବ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଲୋକପ୍ରିୟତା ହାସଲ କରି ପାରିବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।  ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ସମ୍ପତ୍ତି ଯାନ ବାହାନ ଗୃହୋପକରଣ କ୍ରୟ କରିବାର ଯୋଜନା କରିବେ। ବ୍ୟବସାୟୀ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ପୁଷ୍ଟିକର ଖାଦ୍ୟ ଖାଇବାକୁ ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସରକାରୀ କାମରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବା ଫଳରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!