ଦୈନିକ ରାଶିଫଳ: 22 ଅଗଷ୍ଟ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୨ତାରିଖ, ସୋମବାର, ସିଂହମାସ ୬ଦିନ, ଭାଦ୍ରବମାସ କୃଷ୍ଣପକ୍ଷ, ଏକାଦଶୀତିଥି, ମୃଗଶିରା ନକ୍ଷତ୍ର ସକାଳ ୭ଟା ୪୦ମିନିଟ୍ ପରେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବଜ୍ର ଯୋଗ । ବବ କରଣ ଦିବା ୪ଟା ୫୨ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୬ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୨ଟା ୫୮ମିନିଟ୍ ରୁ ୪ଟା ୩୨ମିନିଟ୍, ରାତ୍ରି ୧୦ଟା ୨୩ମିନିଟ୍ ରୁ ୧୧ଟା ୪୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ୫ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୯ଟା ୮ମିନିଟ୍, ରାତ୍ର ୧୧ଟା ୫୦ମିନିଟ୍ ରୁ ୨ଟା ୨୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପରିବାରରେ ଆର୍ଥିକ ଉନ୍ନତି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ଅସୁସ୍ଥତା ଦୂରହେବ ଓ ଶତ୍ରୁମାନେ ପରାଜିତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ସହଯୋଗୀଙ୍କ ଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଅଜ୍ଞାତ ବ୍ୟକ୍ତିଙ୍କୁ ସାକ୍ଷାତ ହେବା ଲାଭଦାୟକ ହେବ । ରାଜନୀତି କ୍ଷେତ୍ରରେ ପଦପଦବୀ ଓ ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

କନ୍ୟା:-ସମ୍ପର୍କୀୟଙ୍କ ଠାରୁ ସହଯୋଗ ପାଇ ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ଅନୁକୂଳ ହେବ । କୌଣସି ରାଜନେତାଙ୍କ ସହଯୋଗରେ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କୌଣସି ଶୁଭକାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ପରିବାରର ସଦସ୍ୟ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ । ବ୍ୟବସାୟ କ୍ଷେତ୍ରରେ ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

ମକର:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିଦ୍ଵନ୍ଦିତା ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଖେଳ, ବିଦ୍ୟାକ୍ଷେତ୍ରରେ ଆଦୃତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!