ଦୈନିକ ରାଶିଫଳ: 22 ଡିସେମ୍ବର ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ୨୨ତାରିଖ, ମଙ୍ଗଳବାର, ଧନୁମାସ ୮ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୧୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୭ଟା ୭ମିନିଟ୍, ସକାଳ ୯ଟା ୪ମିନିଟ୍ ରୁ ୧୧ଟା ୨୨ମିନିଟ୍, ସନ୍ଧ୍ୟା ୫ଟା ୧୦ମିନିଟ୍ ରୁ ୬ଟା ୪୭ମିନିଟ୍, ରାତ୍ର ୮ଟା ୨୮ମିନିଟ୍ ରୁ ୮ଟା ୩୯ମିନିଟ୍, ରାତ୍ର ୯ଟା ୩୪ମିନିଟ୍ ରୁ ୧୨ଟା ୧୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବାସସ୍ଥାନ ବା ଯାନବାହନର ନବୀକରଣ କରି ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ପ୍ରାପ୍ତି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

କର୍କଟ:-

ବାସଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କୌଣସି ଧାର୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ପ୍ରେମକ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟ କ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିପାରେ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରି ପାରେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶତୃମାନେ ମଥାନତ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସରକାରୀ କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଶତ୍ରୁବାଧା ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଶତ୍ରୁବାଧା ଦୂରେଇ ଯିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ। ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଶୁଭ ସମାଚାର ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଗୃହୋପକରଣ କ୍ରୟ କରିବେ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!