ଦୈନିକ ରାଶିଫଳ: ୨୨ ଡିସେମ୍ବର ୨୦୧୮, ଆଜି ଶନି ଦେବ ନିଜର ପ୍ରିୟ ଏହି ରାଶି ମାନଙ୍କର କରିବେ ସବୁ ଇଛା ପୂର୍ଣ୍ଣ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଡିସେମ୍ବର ୨୦୧୮

ମେଷ:-

ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର : ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ କରି ପ୍ରଚୁର ଲାଭବାନ୍ ହେବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ :-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଓ ବିଦେଶ ଯାତ୍ରାରେ ଲାଭବାନ ହେବେ। ଚିତ୍ତପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସୁଖ ସମ୍ପତ୍ତି ଲାଭ ହେବ। ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବ। ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:- 

ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ମହିଳା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ନୂତନ କର୍ମନିଯୁକ୍ତିପାଇ ପାରିବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ। ବ୍ୟବସାୟରେ  ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁ ପ୍ରଭାବ ପଡିବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମପ୍ରାପ୍ତି ହେବ। ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା:-

ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ରହିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଅଚାନକ ଧନପ୍ରାପ୍ତି ଦ୍ୱାରା ଆର୍ଥିକ ଉନ୍ନତି ହେବ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ ଓ କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ। ଶିକ୍ଷା କ୍ଷେତ୍ରରେ ଓ  ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରିପାରିବେ।  ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପୁରୁଣା ପ୍ରାପ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ନୂତନ କର୍ମ ନିଯୁକ୍ତି ପାଇବେ।  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ।  ମହିଳାମାନେ ନିକଟସ୍ଥ ଧାର୍ମିକ କାର୍ଯ୍ୟରେ  ଯୋଗ ଦେବେ। ରାଜନୈତିକ  କ୍ଷେତ୍ରରେ  ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବାସ ଗୃହ ଓ ଯାନ ବାହାନର କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ ଓ ଆର୍ଥିକ ଦିଗରୁ ମଧ୍ୟ ଉନ୍ନତି ଦେଖାଦେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବ୍ୟୟ ହ୍ରାସ ପାଇବା ସହ ଅର୍ଥଲାଭ ଯୋଗ ରହିଛି। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ମହିଳାମାନେ କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତା ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର-ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!