୨୦୨୨ମସିହା, ଡିସେମ୍ବର ମାସ ୨୨ତାରିଖ, ଗୁରୁବାର, ଧନୁମାସ ୭ଦିନ, ପୌଷମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଅନୁରାଧା ନକ୍ଷତ୍ର ପ୍ରାତଃ ୬ଟା ୩୨ମିନିଟ୍ ପରେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶୂଳଯୋଗ ସନ୍ଧ୍ୟା ୫ଟା ୪୩ମିନିଟ୍ ପରେ ଗଣ୍ଡଯୋଗ । ବିଷ୍ଟିକରଣ ସକାଳ ୮ଟା ୪୮ମିନିଟ୍ ପରେ ଶକୁନି କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ରାତି ୭ଟା ୧୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୭ଟା ୧୩ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୭ମିନିଟ୍ ରୁ ୫ଟା ୯ମିନିଟ୍, ରାତ୍ରି ୧୧ଟା ୪୫ମିନିଟ୍ ରୁ ୧ଟା ୨୪ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୭ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ରାତ୍ର ୯ଟା ୩୨ମିନିଟ୍, ରାତ୍ର ୧ଟା ୨୫ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ର ୪ଟା ୩୬ମିନିଟ୍ ରୁ ୬ଟା ୨୦ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ ।
ମେଷ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ । ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତିହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ମନ ସନ୍ତୁଷ୍ଟ ହେବ । ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।
କର୍କଟ:-ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ସିଂହ:-ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଧନମାନ ଦିଗରୁ ସୁରକ୍ଷିତ ରହିବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆୟ ଉପାର୍ଜନ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଗୃହୋପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।
କୁମ୍ଭ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ । ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ । ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।