ଦୈନିକ ରାଶିଫଳ: ୨୨ ଫେବୃୟାରୀ ୨୦୧୯, ମା ସନ୍ତୋଷୀଙ୍କ ଆଶୀର୍ବାଦରୁ ଆଜି ଏହି ସବୁ ରାଶିର ପାରିବାରିକ ଜୀବନ ହସ ଖୁସିରେ ବିତିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଫେବୃୟାରୀ ୨୦୧୯

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ବସନ ଭୂଷଣରେ ବହୁତ ବ୍ୟୟ କଲେ ମଧ୍ୟ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ।

ତୁଳା:-

ବନ୍ଧୁ ମିତ୍ରଙ୍କର ସହଯୋଗରେ ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି ବିକ୍ରୟ କରି ଲାଭବାନ୍ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ ପନ୍ଥା ଗ୍ରହଣ କରିବେ। ମହିଳାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ଓ ବାସସ୍ଥାନ ପ୍ରାପ୍ତି ହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ଧନୁ:-

ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପ୍ରତିକାର- ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶିକ୍ଷାର୍ଥୀମାନେ ସଂଘର୍ଷ କରି ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ଚେଷ୍ଟା ଜାରି ରଖିବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!