ଦୈନିକ ରାଶିଫଳ: ୨୨ ଫ୍ରେବୃୟାରୀ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ବ୍ୟବସାୟରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୨ତାରିଖ, ଶନିବାର, କୁମ୍ଭ ମାସ ୧୦ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବିରି ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୩୫ ରୁ ୧ଟା ୮ମି, ରାତ୍ର ୮ଟା ୧୫ ରୁ ୧୦ଟା ୪୪ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ।  ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ମିଥୁନ:-

ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର-ମାଦକ ଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତଘାତ

କନ୍ୟା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରେମିକ ପ୍ରେମିକାମାନେ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ତୁଳା:-

କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି। ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆୟର ସ୍ରୋତ ଖୋଲିଯିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଅଚାନକ ଧନ ପ୍ରାପ୍ତିହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଦ୍ରବ୍ୟ କିଛି କ୍ରୟ କରି ପାରନ୍ତି। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ସୁଯୋଗ ମିଳିବା ହେତୁ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!