ଦୈନିକ ରାଶିଫଳ: 22 ଫେବୃୟାରୀ 2021, ଘରୁ ବାହାରିବା ସମୟରେ ଲାଲଚନ୍ଦନ ମସ୍ତକରେ ଲଗାଇ ଯାଆନ୍ତୁ… ସବୁ କାମରେ ହେବେ ସଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୨ତାରିଖ, ସୋମବାର, କୁମ୍ଭମାସ ୧୧ଦିନ, ମାଘମାସ, ଶୁକ୍ଳପକ୍ଷ, ଦଶମୀତିଥି, ମୃଗଶିରା ନକ୍ଷତ୍ର, ଦିବା ୧୦ଟା ୫୬ମିନିଟ୍ ଗତେ ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୧୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୬ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୫୨ମିନିଟ୍ ରୁ ୧ଟା ୮ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୪ଟା ୫୮ମିନିଟ୍, ସନ୍ଧ୍ୟା ୬ଟା ୩୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ୨ଟା ୫୩ମିନିଟ୍ ।

ମେଷ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-

ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟ ଠିକ୍ ରହିବ । ଆକସ୍ମିକ ଧନ ପ୍ରାପ୍ତି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ବ୍ୟବସାୟୀ ମାନଙ୍କର ଅଧିକ ଲାଭ ପ୍ରାପ୍ତି ହେବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ଆର୍ଥିକ ଦିଗରୁ ଉନ୍ନତି ହେବ । ପାରିବାରିକ ସମସ୍ୟାକୁ ସୁଧାରି ନେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନଙ୍କ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ସହ ଶରୀର ସୁସ୍ଥ ରହିବ । ନୂତନ ସମ୍ପତ୍ତି ଓ ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କାର୍ଯ୍ୟକ୍ଷେତ୍ରରେ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମକର:-

ସ୍ୱାସ୍ଥ୍ୟ ସ୍ଥିତି ଉତ୍ତମ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ରାଜନୀତିରେ ସାହାଯ୍ୟ ସହଯୋଗ ମିଳିବ । ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିବେ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!