ସାପ୍ତାହିକ ରାଶିଫଳ: ଫେବୃୟାରୀ 22 ତାରିଖ ରୁ ଫେବୃୟାରୀ 28 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଆଶା ପୂରଣ ହେବା ସହ ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ବିଶେଷ ଲାଭବାନ ହେବେ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଶତୃ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପାରିବାରିକ ସ୍ଥିତି ବହୁତ ସନ୍ତୋଷ ଜନକ ରହିବ । ବନ୍ଧୁମିତ୍ରଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଋଣ ଭାରରୁ ମୁକ୍ତି ପାଇବେ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ମନରେଥିବା କାମନା ପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବା ସହ ସୁଖସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । କିନ୍ତୁ୨୨/୨୩/ ୨୮ ତାରିଖରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ନତୁବା ରୋଗ, ଶୋକ ଓ ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ । କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ । ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହୋଇ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହୋଇ ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । କିନ୍ତୁ ୨୪/୨୫ ତାରିଖରେ ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ନୂତନ ଗୃହ, ନୂତନ ଯାନ, ନୂତନ ଜାଗା ଜମିପ୍ରାପ୍ତି ହେବ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ । ସନ୍ତାନ, ଜୀବନସାଥିଙ୍କ କ୍ଷେତ୍ରରେ ଓ ମାଆ, ବାପାଙ୍କ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ୨୭ ତାରିଖରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ତଳମୁହାଁ ହେବେ । ସମସ୍ତ ସମସ୍ୟା ଅପସରି ଯାଇ ସନ୍ତାନ ଯୋଗେ ଆନନ୍ଦିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ, ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଅଶାନ୍ତି ଅସନ୍ତୋଷ ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଋଣରୁ ମୁକ୍ତି ହେବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତିରେ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହୋଇ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବା ଫଳରେ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । କିନ୍ତୁ୨୨/୨୩ ତାରିଖରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ଗୃହରେ ଥିବା କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଓ ତିକ୍ତତା ଭାବର ସମାଧାନ ହେବ । ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ ଭୋଗ ହେଉ ଥିଇବାରୁ ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ । କିନ୍ତୁ ୨୪/୨୫ ତାରିଖରେ ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିପାରନ୍ତି । ପ୍ରତିକାର:- କିଛିମିଠା ପିଲାମାନଙ୍କୁ ବାଣ୍ଟନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆୟ ପନ୍ଥାର ପରିବର୍ତ୍ତନ ଆସିବ । ନୃତ୍ୟ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ୨୭/୨୮ତାରିଖରେ ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ସ୍ଵାସ୍ଥ୍ୟ ରେ ଉନ୍ନତି, ମାନସିକ ସ୍ଥିରତା ଓ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଦାମ୍ପତ୍ୟସୁଖ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କାମରେ ସଫଳତା ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବେ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ଓ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!