ଦୈନିକ ରାଶିଫଳ: ୨୨ ଜାନୁୟାରୀ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶି ମାନଙ୍କର ସମସ୍ତ ଅଟକି ଥିବା କାର୍ଯ୍ୟ ପୂର୍ଣ୍ଣ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଜାନୁୟାରୀ ୨୦୧୯

ମେଷ:-

ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ରବିଫସଲ, ଫଳ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ। ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର- ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପନିପରିବାଚାଷି ଓ ବ୍ୟବସାୟୀମାନେ ଶୁଭ ସୂଚନା ପାଇବେ। ରାଜନୀତିରେ ସଜାଗ ରହି ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ହାତେଇନେଇ ପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ସାମ୍ବାଦିକତାରେ ପ୍ରଂଶସିତ ହେବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

କର୍କଟ:-

ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଅଧିକାରୀ ଖୁସିହେବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିକ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ମହିଳାମାନେ ସମ୍ମାନ ପାଇବେ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

କାର୍ଯ୍ୟଗୁଡ଼ିକ ସହଜ ସରଳରେ ସମ୍ପାଦନ ହୋଇ ଲାଭଦାୟକ ହେବ। ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାରେ ସଫଳତା ମିଳିବ। ଆକସ୍ମିକ ଧନଲାଭ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଉଚ୍ଚଫଳ ପ୍ରାପ୍ତି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପନିପରିବାଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ପାଇବ। ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଛା:-

ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ। ପାରିବାରିକସ୍ତର ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ମାନସିକସ୍ଥିତି ଭଲ ରହିବ। ବିଦ୍ୟାରେ ବନ୍ଧୁଙ୍କ ସାହାଯ୍ୟ କ୍ରମେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ଅନେକ କାର୍ଯ୍ୟରେ ଲାଭପାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଆର୍ଥିକ ଦିଗରୁ ସୁବିଧା ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ଧନୁ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ତରବରିଆ ଭାବରେ କୌଣସି କାମ ନକରି ପ୍ରତ୍ୟେକ ପରିସ୍ଥିତିକୁ ଆଖିଆଗରେ ରଖି କାମ କରିବା ଭଲ ହେବ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ଅନ୍ୟାନ୍ୟ ଦିଗରୁ ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ମନ୍ଦିରରେ ପ୍ରଣାମ କରନ୍ତୁ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କୁମ୍ଭ:-

ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନଙ୍କର ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!