ଦୈନିକ ରାଶିଫଳ: ୨୨ ଜାନୁୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତି ନିଜ ବୁଦ୍ଧି ବଳରେ ସବୁ କ୍ଷେତ୍ରରେ ସଫଳ ହେବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। କାର୍ଜ୍ୟାଳୟରେ ଆଲୋଚନା ସରଗରମ ହୋଇପାରେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥଲାଭ ହେବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇ ପାରନ୍ତି। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ମକର:-

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରସାର, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି । ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!