ଦୈନିକ ରାଶିଫଳ: 22 ଜାନୁୟାରୀ ୨୦୨୧, ମା’ ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ସମସ୍ତ କାର୍ଯ୍ୟରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୨ତାରିଖ, ଶୁକ୍ରବାର, ମକରମାସ ୯ଦିନ, ପୌଷମାସ, ଶୁକ୍ଳପକ୍ଷ, ନବମୀତିଥି, ଦ୍ଵିଜା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୨୯ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୭ଟା ୫୬ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧୨ଟା ୨୧ମିନିଟ୍ ରୁ ୨ଟା ୩୧ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୭ଟା ୧୩ମିନିଟ୍ ରୁ ରାତ୍ର ୮ଟା ୪୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆୟ ଉପାର୍ଜନରେ ବାଧାନାହିଁ । ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ଯାହା କିଛି ଆୟ ହେବ ଅଧିକ ଅର୍ଥ ପାରିବାରିକ ଆତ୍ମିୟମାନଙ୍କ ପାଇଁ ଖର୍ଚ୍ଚ ହୋଇପାରେ । କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କାରେ ମନ ଅସ୍ଥିର ରହିପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସାମାଜିକ ସ୍ତରରେ ଖ୍ୟାତି ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଥିଲେ ସମାଧାନ କରି ପାରିବେ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖା ଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଉତ୍ତମ ରୋଜଗାର ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ରେ ଭଲଲାଭ ପାଇବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟିକରି ଚର୍ଚ୍ଚିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ । ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣାର ସମାଧାନ ହୋଇ ଶାନ୍ତିର ବାତାବରଣ ସୃଷ୍ଟିହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ । ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

ଦୂରଯାତ୍ରାରେ କାର୍ଯ୍ୟ ପୂରଣ କରି ଆୟରସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ବ୍ୟବସାୟିକ ସଫଳତା ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୁରାତନ ରୋଗର ଉପଶମ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ପାରିବାରିକ କ୍ଷେତ୍ରରେ ସାମାଜିକସ୍ଥିତି, ମାନସମ୍ମାନ ବଜାୟ ରହିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହି ପାରନ୍ତି । ଅବହେଳିତ ଲୋକଙ୍କସହ ମିଳାମିଶା କରି ପ୍ରଶଂସା ପାଇବେ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-

ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହୋଇପାରେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟରେ ସଫଳତା ଅର୍ଜନ କରି ପାରିବେ । ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହିଲେ ମଧ୍ୟ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇପାରେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବୃଦ୍ଧି ହେବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ବ୍ୟବସାୟ ସ୍ୱାଭାବିକ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ । ମନ ଓ ଶରୀର ଭଲ ରହିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସମାଜ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହୋଇ ସାମାଜିକସ୍ଥିତି, ମାନସମ୍ମାନ ବୃଦ୍ଧିପାଇବ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!