୨୦୨୩ମସିହା, ଜାନୁୟାରୀ ମାସ ୨୨ତାରିଖ, ରବିବାର, ମକରମାସ ୯ଦିନ, ମାଘମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି ରାତ୍ରି ୧୦ଟା ୨୭ମିନିଟ୍ ପରେ ଦ୍ଵିତୀୟାତିଥି, ଉତ୍ତରାଷାଢା ନକ୍ଷତ୍ର ପ୍ରାତଃ ୬ଟା ୨୯ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ବଜ୍ରଯୋଗ ଦିବା ୧୦ଟା ୫ମିନିଟ୍ ପରେ ସିଦ୍ଧି ଯୋଗ ରାତ୍ର ୫ଟା ୩୯ମିନିଟ ପରେ ବ୍ୟତିପାତ ଯୋଗ । କିନ୍ତୁଘ୍ନ କରଣ ଦିବା ୧୨ଟା ୨୪ମିନିଟ୍ ପରେ ବବ କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ-ପାଣିକଖାରୁ ନ ଖାଇଲେ ଭଲ ରାତ୍ର ୧୦ଟା ୨୭ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତ୍ରି ୧୦ଟା ୨୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୨୦ମିନିଟ୍, ରାତ୍ରି ୧ଟା ୩୫ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୧୦ଟା ୮ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୪୮ମିନିଟ, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ୮ଟା ୫୬ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ୧ଟା ୩୫ମିନିଟ୍, ରାତ୍ର ୩ଟା ୧୨ ମିନିଟ୍ ରୁ ୩ଟା ୫୧ମିନିଟ୍ । ପର୍ବଦିନ- ଶରଣ ।
ମେଷ:-ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ । କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ଉଧାର ଦେଇ ଫେରି ପାଇବା ସହଜ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ସିଂହ:-ଶୁଭ ସମ୍ବାଦପାଇ ଖୁସିହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ରାଜନୀତିରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ମାନସିକ ଅଶାନ୍ତି ଦୂର ହେବ । ବ୍ୟବସାୟରେ ଆଶାତୀତ ଲାଭ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-ଶରୀର ଭଲ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।