ଦୈନିକ ରାଶିଫଳ: ୨୨ ଜୁଲାଇ ୨୦୧୮
ମେଷ:–
ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଦୂର ଯାତ୍ରା କରି କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ବୃଷ:–
ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:–
ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
<< Odia Calendar 2018 >>> | <<< Janma Patrika (Jataka)>>>
କର୍କଟ:–
ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ହସ ଖୁସିରେ ସମୟ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।
ସିଂହ:–
ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର– ଗାଈକୁ ଖାଇବାକୁ ଦେବେ।
କନ୍ୟା:–
ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର–ଗହମ, ଗୁଡ ପିଲାମାନଙ୍କୁ ଦାନ କରିବେ।
ତୁଳା:–
ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କର୍ମ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।
ବିଛା:–
ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର–ହନୁମାନ ମନ୍ଦିରରେ ଭୋଗକରି ବାଣ୍ଟନ୍ତୁ।
ଧନୁ:–
ଚାକିରୀ ଓ ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ରୋଗ ଓ ଋଣର ଶୀକାର ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ।
ମକର:–
ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଚାକିରୀରେ ଉନ୍ନତି କରିବେ। ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।
କୁମ୍ଭ:–
ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।
ମୀନ:-
ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988