ଦୈନିକ ରାଶିଫଳ: ୨୨ ଜୁଲାଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ଯୁବକ ଯୁବତୀମାନେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। କୃଷିଜିବୀମାନେ ଉତ୍ସାହିତ ହେବେ। ପ୍ରତିକାର- ଅସହାୟଙ୍କର ସେବା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ସମାଧାନ ହୋଇ ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଦ୍ରବ୍ୟାଦି ଲାଭ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନେଇ ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ୱାସୀ ମନେ କରିବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳା ମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। କର୍ମକ୍ଷେତ୍ରରେ ଅଶାନ୍ତିର ଝଡ ଶାନ୍ତ ହେବା ଫଳରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ହେବାସହ ନୂତନ କର୍ମ ପ୍ରାପ୍ତି ହୋଇପାରେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ମହିଳା ମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଗୃହବାହାନ ପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ମହିଳାମାମାନେ ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!