ଦୈନିକ ରାଶିଫଳ: ୨୨ ଜୁଲାଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅଟକି ଥିବା ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨୨ ତାରିଖ, ବୁଧବାର, କର୍କଟ ମାସ ୭ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୬ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୭ଟା ୮ମିନିଟ୍ ରୁ ୧୦ଟା ୪୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାବି ଚିନ୍ତି କାର୍ଯ୍ୟ କଲେ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ପରିବାରରେ ସୁଖ ଶାନ୍ତି ବାତାବରଣ ବଜାୟ ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇ ପାରେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଆର୍ଥିକ ଅନାଟନ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳି ପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ସଫଳତା ଅର୍ଜନ କରିବାର ସୁଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଛି। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।  

କନ୍ୟା:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ।  ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ସମସ୍ତ ଚେଷ୍ଟା ସଫଳ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶତୃନାଶ, ଋଣନାଶ ଓ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ।  ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରେମୀକ ପ୍ରେମିକା ମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତରେ ଉତ୍ସାହିତ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶାରିରୀକ ଅସୁସ୍ଥତା ଦୂର ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ଶୁଭ ସମାଚାର ମିଳିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି।  ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!