ଦୈନିକ ରାଶିଫଳ: 22 ଜୁଲାଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨୨ ତାରିଖ, ଗୁରୁବାର, କର୍କଟ ମାସ ୭ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ, ତୈତିଳ କରଣ ଦିବା ୧ଟା ୩୩ମିନିଟ୍ ଗତେ ଗର କରଣ । ତୁଳା, କୁମ୍ଭ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୧ଟା ୩୩ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧ଟା ୩୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭବେଳା- ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୫ମିନିଟ୍ । ଦିବା ୪ଟା ୪୫ମିନିଟ୍ ରୁ ସନ୍ଧ୍ୟା ୬ଟା ୨୩ମିନିଟ୍ । ରାତ୍ରି ୧୧ଟା ୫୩ମିନିଟ୍ ରୁ ରାତି ୧ଟା ୧୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ରାତ୍ର ୩ଟା ୧୦ମିନିଟ୍ । ପର୍ବଦିନ- ରଥ ଉପରେ ଶ୍ରୀଜୀଉଙ୍କ ଅଧରପଣା ନୀତି ।

ମେଷ:-

ସ୍ୱାସ୍ଥ୍ୟ ଭଲ ରହିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମାନସିକ ଶାନ୍ତି ମିଳିବା ସହ ଋଣଭାର ଲାଘବ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ସୁଖ ମିଳିବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ଶୁଭକାମ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ପ୍ରତିଦ୍ୱନ୍ଦିତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର- ଫିକାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ଫଳରେ ହସ ଖୁସିରେ ସମୟ ବିତେଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ରାଜନୀତି କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ନିଜ ଲୋକ ମନମୋଟିଆ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଉଚିତ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରି ପାରିବେ । ରାଜନୀତିରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ଆନନ୍ଦିତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶାରିରୀକ ଅସୁସ୍ଥତା ଦୂରହେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ଶୁଭ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମକର:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଶିକ୍ଷା କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ସଂଘର୍ଷ ଦେଇ ଗତି କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବାଣିଜ୍ୟ କ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ବ୍ୟବସାୟୀକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!