ଦୈନିକ ରାଶିଫଳ: 22 ଜୁଲାଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୨୨ତାରିଖ, ଶୁକ୍ରବାର, କର୍କଟମାସ୬ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ନବମୀତିଥି ସକାଳ ୯ଟା ୩୨ମିନିଟ୍ ପରେ ଦଶମୀତିଥି, ଦ୍ଵିଜା ନକ୍ଷତ୍ର ଦିବା ୪ଟା ୨୪ମିନିଟ୍ ପରେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୧୨ଟା ୩୦ମିନିଟ୍ ପରେ ଗଣ୍ଡ ଯୋଗ । ଗର କରଣ ସକାଳ ୯ଟା ୩୨ମିନିଟ୍ ପରେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ସକାଳ ୯ଟା ୩୨ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସକାଳ ୯ଟା ୩୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୭ମିନିଟ୍ ରୁ ୧୧ଟା ୫୩ମିନିଟ୍, ରାତ୍ରି ୯ଟା ୮ମିନିଟ୍ ରୁ ୧୦ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୬ଟା ୧୩ମିନିଟ୍, ସକାଳ ୭ଟା ୭ମିନିଟ୍ ରୁ ୮ଟା ୩୬ମିନିଟ୍, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୬ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ୫୨ମିନିଟ୍ ରୁ ୯ଟା ୭ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୩ଟା ୫୩ମିନିଟ୍ ।

ମେଷ:-ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ଖେଳରେ ପ୍ରଶଂସା ପାଇବେ, ବିଦ୍ୟାରେ ମନନିବେଶ କରିବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଅଧସ୍ତନ କର୍ମୀ ଓ ସହକର୍ମୀ ଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆୟ ଅଧିକ ହେବା ଫଳରେ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଶତ୍ରୁମାନେ ପରାଜିତ ହେବେ । ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ । ଇଲେକ୍ଟ୍ରୋନିକ୍‌ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ । ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟ ହେବେ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ପରିବାରରେ ସୁଖ-ଶାନ୍ତି ଆସିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ କରି ସୁଖଶାନ୍ତି ପାଇବେ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:- ସ୍ୱାସ୍ଥ୍ୟ ଭଲ ରହିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇବା ଫଳରେ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କୁମ୍ଭ:-ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ପରିସ୍ଥିତି ବଦଳିଯିବ । ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!