୨୦୨୦ ମସିହା, ଜୁନ୍ ମାସ ୨୨ ତାରିଖ, ସୋମବାର, ମିଥୁନ ମାସ ୮ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଦିବା ୧୨ଟା ଗତେ ଦ୍ଵିତୀୟାତିଥି, ଆର୍ଦ୍ରାନକ୍ଷତ୍ର, ଦିବା ୧ଟା ୩୦ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଦିବା ୧୨ଟା ଗତେ ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୪ମିନିଟ୍ ରୁ ୧୦ଟା ୨୮ମିନିଟ୍, ରାତ୍ର ୯ଟା ୧୮ମିନିଟ୍ ରୁ ରାତ୍ର ୧୦ଟା ୨୬ମିନିଟ୍।ପର୍ବଦିନ- ଦ୍ଵିତୀୟା ଚନ୍ଦ୍ର ଦର୍ଶନ, ପୂଜା ଓ ଅର୍ଘ୍ୟଦାନ।
ମେଷ:-
ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଚିନ୍ତା ଦୁରହେବା ସହ ପିତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି।ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମିଥୁନ:-
ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ।ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମକରିଲେ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଭାଇବନ୍ଧୁ ମିତ୍ରଙ୍କଠାରୁ ସହଯୋଗ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଶୁଭ ସମ୍ବାଦ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-
ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-
ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-
ରାଜକୀୟ ମାମଲାରେ ସଫଳତା ମିଳିବ। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଓ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ ଇତ୍ୟାଦି ଅଳ୍ପ ବହୁତ ଦେଖା ଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ତୁଳା:-
ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବା ଫଳରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାର– ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-
କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-
ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମାନସିକ ଶାନ୍ତି ଅନୁଭବ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ମାମଲା ବହୁତ ସହଜ ସରଳ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-
ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ନୂଆ କାମ ନୂଆ ପ୍ରେରଣା ଦେବ। ସମସ୍ତ କ୍ଷେତ୍ରରେ ଜୟ ଜୟ କାର ହେବ। ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବକ୍ତବ୍ୟ ପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ। ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ଧନ ଲାଭ ସହିତ ଅନେକ ଦଇତ୍ଵ ବଢିଯିବ। ଜଗଜମି ଗୃହ ବାହନ ଆଦି କ୍ରୟ କରିପାରିବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-
ଭବିଷ୍ୟତକୁ ଧ୍ୟାନରେ ରଖି ଖର୍ଚ୍ଚର ଚିଠା ପ୍ରସ୍ତୁତ କରିବେ। ଧାର୍ମିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-
ବ୍ୟବସାୟ କ୍ଷେତ୍ରରେ ସମସ୍ତ ପରିସ୍ଥିତି ସୁଧୁରି ଯାଇ ସଫଳତା ପୂର୍ବକ ଆକସ୍ମିକ ଲାଭ ମିଳି ପାରେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବିରୋଧୀମାନେ ପରାସ୍ତ ହେବେ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ। ସରକାରୀ କ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରଭାବଶାଳି ବ୍ୟକ୍ତିଙ୍କ ସାହାଯ୍ୟରେ ସମ୍ପନ୍ନ ହେବ। ରାଜନୀତି କ୍ଷେତ୍ରରେ ଉତ୍ସାହ ବର୍ଦ୍ଧକ ସମାଚାର ପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746