ଆଜି କେମିତି ରହିବ ଆପଣଙ୍କ ଦିନ : ୨୨ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଜୁନ୍ ୨୦୧୮

ମେଷ:-

ବ୍ୟବସାୟରେ ପ୍ରଚୁର ଲାଭହେବ। ସରକାରୀ ଚାକିରୀଆମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ମହିଳାମାନେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ।  କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ।   ପ୍ରତିକାର :  ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ  ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।  କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର:  ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଓ ଆଳସ୍ୟଭାବ ଦୂରହେବ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ।  ପ୍ରତିକାର :  ଭୋକିଲା ଲୋକଙ୍କୁ ଅନ୍ନ ଦାନ କରନ୍ତୁ।

କର୍କଟ :-

କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ। ପ୍ରତିକାର : ଭିକାରୀଙ୍କୁ ନିରାଶ କରିନ୍ତୁ ନାହିଁ।

ସିଂହ:-

ବ୍ୟବସାୟରେ ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ।  ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ।  କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।  ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ପ୍ରତିକାର : କୁଷ୍ଠ ରୋଗୀକୁ କିଛି ଦାନ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ।  କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ପ୍ରତିକାର :  କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:  ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବିଛା:-

ଅବିବାହିତ ଯୁବକ ଓ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ନିନ୍ଦିତ ଓ ଅପମାନିତ ହେବେ।  ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ଧନୁ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରତିକାର: ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର : ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥôକ କ୍ଷେତ୍ରରେ ଅବନତି ଘଟିବ। ମାନସିକ ଦୁଃଶ୍ଚିନ୍ତା ବଢ଼ିବ। ସରକାରୀ କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ। ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା କଷ୍ଟକର ହୋଇପାରେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗ ହେବେ। ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ  କାର୍ଯ୍ୟରେ  ସଫଳତା, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ।  ପ୍ରତିକାର :  ଗାଈକୁ ପରିବା ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଉନ୍ନତି ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ଉପରଓଳି କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ।  ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ। ସ୍ୱାସ୍ଥ୍ୟ ଖରାପ ହେବ। ପରିବାରରେ ଅଶାନ୍ତି ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ଆସିବ। ପ୍ରତିକାର: ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!