୨୦୨୧ ମସିହା, ଜୁନମାସ ୨୨ ତାରିଖ, ମଙ୍ଗଳବାର, ମିଥୁନମାସ ୮ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ବିଶାଖାନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର, ସକାଳ ୮ଟା ୫୯ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୧୦ଟା ୨୨ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୯ଟା ୩୭ମିନିଟ୍ ରୁ ୧୨ଟା ୧୪ମିନିଟ୍, ଦିବା ୪ଟା ୪୬ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ୭ଟା ୬ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୯ଟା ୫୯ମିନିଟ୍, ରାତ୍ର ୧୨ଟା ୧୧ମିନିଟ୍ ରୁ ୨ଟା ୧୯ମିନିଟ୍ । ପର୍ବଦିନ-ଚମ୍ପକ ଦ୍ଵାଦଶୀ ।
ମେଷ:-
ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ଚାଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-
ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।
କର୍କଟ:-
ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-
ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ନିକଟକୁ ଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ବ୍ୟବସାୟରେ କଠିନ ପରିଶ୍ରମ କଲେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବିଦ୍ୟା ଓ ଖେଳରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-
ସମାଜ ସେବାର ସୁଯୋଗ ପାଇ ସାମୟିକ ଚିନ୍ତା ଦୂରହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପିଲାଙ୍କସହ ଖୁସିଗପ ଓ ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ଅନେକ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
ମକର:-
କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ସାମ୍ବାଦିକମାନେ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟକଲେ ପ୍ରସଂଶା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମୀନ:-
କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674