ଦୈନିକ ରାଶିଫଳ: 22 ଜୁନ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୨ତାରିଖ, ବୁଧବାର, ମିଥୁନମାସ ୮ଦିନ, ଆଷାଢମାସ କୃଷ୍ଣପକ୍ଷ, ନବମୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ପ୍ରାତଃ ୫ଟା ୩୦ମିନିଟ୍ ପରେ ଶୋଭନ ଯୋଗ । ତୈତିଳ କରଣ ଦିବା ୮ଟା ୩୩ମିନିଟ୍ ପରେ ଗର କରଣ । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ରାତି ୮ଟା ୪୫ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୮ଟା ୪୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୦ମିନିଟ୍ ରୁ ଦିବା ୧୦ଟା ୯ମିନିଟ୍, ଦିବା ୧୧ଟା ୪୮ମିନିଟ୍ ରୁ ଦିବା ୧ଟା ୨୭ମିନିଟ୍, ରାତ୍ରି ୨ଟା ୩୦ମିନିଟ୍ ରୁ ୩ଟା ୫୧ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୫୨ମିନିଟ୍ ରୁ ୮ଟା ୨୯ମିନିଟ୍, ଦିବା ୧୦ଟା ୧୦ମିନିଟ୍ ରୁ ୧୧ଟା ୨୧ମିନିଟ୍, ଦିବା ୨ଟା ୧ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତ୍ର ୯ଟା ୫୯ମିନିଟ୍, ରାତ୍ର ୧୨ଟା ୧୧ମିନିଟ୍ ରୁ ୧ଟା ୩୫ମିନିଟ୍ ।

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି, ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବା ସହ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବିଦେଶ ଯାତ୍ରାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁବକ୍ତା, ଜନପ୍ରିୟ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ମନ ଓ ଶରୀର ଭଲ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟୀ ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମନ ଓ ଶରୀର ଭଲ ରହି ନପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭ ବାନ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟାପାର କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ବିଜୟୀ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୀତିରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରି ପାରନ୍ତି । ନୂଆଲକ୍ଷ ପୂରଣ କରିବା ପାଇଁ ବନ୍ଧୁମିତ୍ରଙ୍କ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ସତ୍ତ୍ୱେବି ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ପାରନ୍ତି । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ । ରାଜନୀତିରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!