ସାପ୍ତାହିକ ରାଶିଫଳ: ଜୁନ୍ ୨୨ ତାରିଖ ରୁ ଜୁନ୍ ୨୮, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ମାମଲା ବହୁତ ସହଜ ସରଳହେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ।  ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟ କରୁଥିଲେ କିମ୍ବା ଏହି ସଂସ୍ଥାରେ କାର୍ଯ୍ୟରତ ଥିଲେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ଶିକ୍ଷକ, ପ୍ରଶିକ୍ଷକ ଓ ଡାକ୍ତର ଇତ୍ୟାଦି ହୋଇଥିଲେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।   

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ।ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଆୟ ଉପାର୍ଜନରେ ବାଧାନାହିଁ। ବ୍ୟବସାୟରେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭ ମିଳିବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଯୋଜନାରେ ସଫଳତା ମିଳିବ। ଶତୃ ପରାଜିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ନିଜ ପରିଶ୍ରମରୁ ଲାଭ ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ଉତ୍ତମ ରୋଜଗାର କରି ପାରିବେ। ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ସହଯୋଗୀ ମାନଙ୍କ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି। ଶିଳ୍ପ, ପରିବହନ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଶାନୁରୂପ ଲାଭପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ। ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଯୋଗାଯୋଗ କରି ପାରନ୍ତି। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ପ୍ରତିକାରମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଶିକ୍ଷାକ୍ଷେତ୍ରରେ ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି।ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ।  ପ୍ରତିକାର ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମନରେ ଅଶାନ୍ତି ଅସନ୍ତୋଷ ଦୂରହୋଇ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ।  ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ପ୍ରତିକାର ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପ୍ରେମିକ ପ୍ରେମିକାମାନଙ୍କର ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ରୁଚି ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!