ଦୈନିକ ରାଶିଫଳ: ୨୨ ମାର୍ଚ୍ଚ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିର କର୍ମ କ୍ଷେତ୍ରରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ମାର୍ଚ୍ଚ ୨୦୧୯

ମେଷ:-

ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ  କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନଙ୍କର ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ସମ୍ପତ୍ତି କ୍ରୟ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉତ୍ତମ ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳା ମାନଙ୍କର ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାରଫଳରେ  ଅତ୍ୟଧିକ ଲାଭହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର:- କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ମହିଳାମାନେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!