ଦୈନିକ ରାଶିଫଳ: ୨୨ ମାର୍ଚ୍ଚ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୨ତାରିଖ, ରବିବାର, ମୀନ ମାସ ୯ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବାଇଗଣ  ଓ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୫୩ମିନିଟ୍ ରୁ ୯ଟା ୫୨ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା  ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ସାମାନ୍ୟ ବାରୁଣୀ ସ୍ନାନ, ଶିବ ଚତୁର୍ଦ୍ଦଶୀ ଉପବାସ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ଆପଣା ଲୋକଙ୍କ ସାହାଯ୍ୟ ପାଇ ଧନ ଲାଭ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଧର୍ମ କର୍ମରେ ରୁଚି ରହିଲେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ପ୍ରତିକାର ଷଣ୍ଢକୁ ଖାଇବାକୁ ଦିଅନ୍ତୁ।   

ବୃଷ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ।ପାରିବାରିକ ଜୀବନ ସୁଧାରୀ ନେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର।  ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ମାନସିକ ଅଶାନ୍ତି ଦେଖାଦେଇ ପାରେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳି ଯଥେଷ୍ଟ ଅଗ୍ରଗତି ଘଟିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇଯିବ। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

ମକର:-

ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।  ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।  କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶ୍ରମିକ ଓ କର୍ମଚାରୀମାନେ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!