ଦୈନିକ ରାଶିଫଳ: 22 ମାର୍ଚ୍ଚ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୨ତାରିଖ, ସୋମବାର, ମୀନମାସ ୯ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ସକାଳ ୯ଟା ୧ମିନିଟ୍ ଗତେ ନବମୀ ତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ସକାଳ ୯ଟା ୧ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୧୦ଟା ୪୨ମିନିଟ୍ ରୁ ୧ଟା ୪ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୫୪ମିନିଟ୍ ରୁ ୨ଟା ୩୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ । ସନ୍ତାନମାନେ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ । ଋଣଭାରରୁ ମୁକ୍ତି ପାଇବେ । ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେ ମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ଉନ୍ନତି କରିପାରିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ ବ୍ୟବସାୟକୁ ରକ୍ଷା କରି ପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ରାଜକୀୟ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ସାଙ୍ଗସାଥିମାନେ ସାହାଯ୍ୟ କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ବ୍ୟବସାୟମାନେ ଅଧିକ ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟୀମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ସୁଖଶାନ୍ତିରେ ଦିନଟି କଟାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସାମାଜିକ ପତିଆରା ଅମଳିନ ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!