ଦୈନିକ ରାଶିଫଳ: 22 ମାର୍ଚ୍ଚ 2022, ମହାଦେବଙ୍କ କୃପାରୁ ଏହି 5ଟି ରାଶିଙ୍କ ଜୀବନରେ ଆସିବ ବଡ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୨ ତାରିଖ, ମଙ୍ଗଳବାର, ମୀନ ମାସ ୮ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି ସକାଳ ୬ ଟା ୨୫ମିନିଟ୍ ପରେ ପଞ୍ଚମୀ ତିଥି କ୍ଷୟ, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ । ବାଳବ କରଣ ସକାଳ୬ଟା ୨୫ମିନିଟ୍ ପରେ କୌଳବ କରଣ । ମକର ରାଶିର ଘାତବାର । ମୂଳା ନ ଖାଇଲେ ଭଲ ସକାଳ ୬ ଟା୨୫ମିନିଟ୍ ପରେ ବେଲ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସକାଳ ୬ଟା ୨୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୨୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୪ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୮ଟା ୫୪ମିନିଟ୍ ରୁ ଦିବା ୧୦ଟା ୪୧ମିନିଟ୍, ଦିବା ୧ଟା ୦୬ମିନିଟ୍ ରୁ ୧ଟା ୨୩ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ଦିବା ୫ଟା ୦୬ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୨ମିନିଟ୍, ରାତ୍ର ୯ଟା ୦୬ମିନିଟ୍ ରୁ ରାତ୍ର ୧୧ଟା ୨୯ମିନିଟ୍, ରାତ୍ର ୧ଟା ୫୩ମିନିଟ୍ ରୁ ୩ଟା ୨୮ମିନିଟ୍ ।

ମେଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ପରିବର୍ତ୍ତନର ଝଲକ ଦୃଶ୍ୟହେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ବ୍ୟବସାୟୀ ମାନଙ୍କର ଭଲ ଲାଭ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ବୃଷ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ଗୁରୁ-ଗୁରୁଜନ ଓ ମାଆ ବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ମନବଳ ଦୃଢିଭୁତ ହେବ । ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ ହେବେ । ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତା ଦେଖାଇ ସମ୍ମାନ ଲାଭ କରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ । ବ୍ୟବସାୟୀମାନେ କାରବାର ଦିଗରୁ ସାମାନ୍ୟ ଲାଭବାନ୍ ହେବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!