ସାପ୍ତାହିକ ରାଶିଫଳ: ମାର୍ଚ୍ଚ 22 ତାରିଖ ରୁ ମାର୍ଚ୍ଚ 28 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଦେଖାଦେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ଋଣ ଭରଣାରେ ସହଜ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବା ଫଳରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନରେ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ତଳ ମହଲରୁ ଆଶାତୀତ ଲାଭ ପାଇ ନୂଆ ଯୋଜନାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପରିବାରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ସୁଖଶାନ୍ତି ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ଅନେକ ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହ ଆଶାତୀତ ଲାଭ କରିବେ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କେତେକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଘରୋଇ କର୍ମଚାରୀ ମାନେ ଅତ୍ୟଧିକ ପରିଶ୍ରମ କରି ପ୍ରଶଂସା ଲାଭ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:-ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବା ଫଳରେ ପଦୋନ୍ନତିର ସୂଚନା ପାଇ ସଫଳତା ଲାଭ କରିବେ । ବ୍ୟବସାୟ କ୍ଷେତ୍ରରେ ନୂତନ ଆୟର ପନ୍ଥା ଖୋଲିଯିବା ସହ ବିରାଟ ଯୋଜନାର ସଂକଳ୍ପ ନେବେ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ ବିକ୍ରୟ କରିବା ପାଇଁ ଚୂକ୍ତି ପତ୍ର କରି ପାରନ୍ତି । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆକସ୍ମିକ ଧନ ଲାଭ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-  ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ, ରୋଗ, ଋଣରୁ ମୁକ୍ତି ହୋଇ ଶାରିରୀକ ସୁସ୍ଥତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ସହ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବା ଫଳରେ ଦେହମନ ଭଲ ରହିବ । ସରକାରୀ କାର୍ଯ୍ୟରେ ସଫଳତା ଲାଭ କରି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ଆଶାନୁରୂପ ଫଳପାଇ ଉଚ୍ଚପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରକାଶନ, ବାଣିଜ୍ୟ, କୃଷିଜାତ ଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ଘରୋଇ କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ପ୍ରଥମ ଦୁଇଦିନ ଆର୍ଥିକ ଅନାଟନ ଯୋଗୁ ଗୃହର ବାତାବରଣ ଅଶାନ୍ତ ରହି ପାରେ । ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀ ମାନଙ୍କର ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଶନିବାର ରବିବାରରେ ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆୟରସ୍ରୋତ ବୃଦ୍ଧିହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବଢିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ଅପସରି ଯାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଓ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । ଶତୃମାନେ ତଳମୁହାଁ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ସନ୍ତାଠାରୁ ସୁଖପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ମାଲିମକଦ୍ଦମାରେ ବିଜୟଲାଭ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!