ଦୈନିକ ରାଶିଫଳ: ୨୨ ମଇ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୨ତାରିଖ, ଶୁକ୍ରବାର, ବୃଷମାସ ୯ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, କୃତ୍ତିକାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ଦିବା ୭ଟା ୩୬ମିନିଟ୍ ପରେ ବୃଷରାଶିରେ ଚନ୍ଦ୍ର। ବିଚ୍ଛା, ଧନୁ, ମୀନ ରାଶିର ଘାତବାର। ବିଚ୍ଛାରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୧୨ଟା ୧୦ମିନିଟ୍ ରୁ ୨ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ରାତ୍ର ୮ଟା ୨୫ମିନିଟ୍। ପର୍ବଦିନସାବିତ୍ରୀ ବ୍ରତ, ଜ୍ୟେଷ୍ଠ ଅମାବାସ୍ୟା, ଗ୍ରହରାଜ ଶନିଶ୍ଚରଙ୍କ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବିତିଯାଇଥିବା ମାମଲାରେ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବାକୁ ମିଳିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶରୀର ସୁସ୍ଥ ରହିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଧନର ଆଗମନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ସ୍ତରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ।  ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ତିକ୍ତତା ଦୂର ହୋଇ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ଲାଭବାନ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ଓ ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବ। ବ୍ୟବସାୟୀ ମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ବିଦ୍ୟା କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ପ୍ରେମ ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ, ନୃତ୍ୟ, ଗୀତ ଓ ଚଳଚିତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ।  ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ଘର ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!