ଦୈନିକ ରାଶିଫଳ: 22 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୨ ତାରିଖ, ଶନିବାର, ବୃଷମାସ ୮ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଦଶମୀତିଥି, ସକାଳ ୯ଟା ୧୬ ମିନିଟ୍ ଗତେ ଏକାଦଶୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ସକାଳ ୯ଟା ୧୬ମିନିଟ୍ ପରେ ଶିମ୍ବ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୮ମିନିଟ୍, ଦିବା ୨ଟା ୫୯ମିନିଟ୍ ରୁ ୩ଟା ୩୬ମିନିଟ୍, ରାତ୍ର ୭ଟା ୩୭ମିନିଟ୍ ରୁ ୭ଟା ୪୧ମିନିଟ୍, ରାତ୍ର ୧୧ଟା ୨୨ମିନିଟ୍ ରୁ ୧ଟା ୩୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶରୀର ସୁସ୍ଥ ରହିବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । କାର୍ଯ୍ୟକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଆୟ ଉପାର୍ଜନରେ ବାଧାନାହିଁ । କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସନ୍ତାନମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ପାରିବାରିକ ଅଶାନ୍ତି ଦୂରେଇ ଯାଇ ପାରିବାରିକ ଜୀବନ ସୁଖମୟ ହେବ । ପ୍ରକାଶନ ବାଣିଜ୍ୟ, କୃଷିଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକାମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ରକ୍ଷାକରି ପାରିବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପରିବାରରେ ସାଧାରଣ ବାତାବରଣ ସ୍ଥିରରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହୀତ ହେବେ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରବା ଫଳରେ ସମସ୍ତ ଆଶା ପୂରଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶରୀର ସୁସ୍ଥରହିବା ସହ ଆୟ ଉତ୍ତମ ହେବ । ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା ଜାରି ରଖିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବାଣିଜ୍ୟ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହ ବୃଦ୍ଧିପାଇବ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଦହିମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ବ୍ୟବସାୟରେ ଆର୍ଥିକ ଉନ୍ନତି ଦେଖାଦେବ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ । ଶାରୀରିକ ଅସୁସ୍ଥତା ଦୂର ହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚଶିକ୍ଷାପାଇଁ ଆଶାୟୀଥିବା ଛାତ୍ରଛାତ୍ରୀମାନଙ୍କର ଆଶା ପୂରଣ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!