ଦୈନିକ ରାଶିଫଳ: 22 ମଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କ ଜୀବନରେ ଆସିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୨ତାରିଖ, ରବିବାର, ବୃଷମାସ ୮ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ସପ୍ତମୀତିଥି ଦିବା ୧ଟା ପରେ ଅଷ୍ଟମୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର ଦିବା ୧୧ଟା ୧୩ମିନିଟ୍ ପରେ କୁମ୍ଭ ରାଶିରେ ଚନ୍ଦ୍ର । ବ୍ରହ୍ମଯୋଗ ପ୍ରାତଃ ୫ଟା ୨୧ମିନିଟ୍ ପରେ ଇନ୍ଦ୍ର ଯୋଗ । ବବ କରଣ ଦିବା ୧ଟା ପରେ ବାଳବ କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୧୩ମିନିଟ୍ ପରେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ଦିବା ୧ଟା ପରେ ନଡିଆ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ଦିବା ୧ଟା ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଏବଂ ଅଷ୍ଟମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ୧ଟା ୨୧ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ୨ଟା ୨୭ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୯ଟା ୩୨ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୨ଟା ୪୪ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୪ଟା ୩୫ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ୭ଟା ୪୦ମିନିଟ୍, ରାତ୍ର ୧୦ଟା ୩୮ମିନିଟ୍ ରୁ ରାତ୍ର ୧୨ଟା ୪୮ମିନିଟ୍ । ପର୍ବଦିନ- ଶ୍ରୀକ୍ଷେତ୍ରେ ଭଉଁରୀ ଯାତ୍ରା, କାଳାଷ୍ଟମୀ ।

ମେଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ । ମନଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟିରଖିବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ ନକରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଛାତ୍ରଛାତ୍ରୀମାନେ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେଉନ୍ନତି, କର୍ମକ୍ଷେତ୍ରରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହୋଇପାରେ । ବ୍ୟବସାୟରେ ନୂତନଧାରା ଖୋଲିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:- ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଅତ୍ୟଧିକ ଅର୍ଥ ଆୟ କରିବା ଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ପରିବାରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ଦୂରଯାତ୍ରାର ସୁଯୋଗ ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପୁରାତନ ରୋଗରୁ ଉପଶମ ମିଳିବ । ଜମିବାଡ଼ି ନେଇ କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ଠିକ୍ ରହିବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ, କ୍ଷାତି ବଢ଼ିବ ଓ ରାଜକୀୟ ସମ୍ମାନ ମିଳିବ । କର୍ମରେଉନ୍ନତି ସହିତ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!