ଦୈନିକ ରାଶିଫଳ: ୨୨ ନଭେମ୍ବର ୨୦୧୮। ମା ଲକ୍ଷ୍ମୀ କରିବେ ଧନ ର ବର୍ଷା ଏହି ସବୁ ରାଶି ଉପରେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ନଭେମ୍ବର ୨୦୧୮। ମା ଲକ୍ଷ୍ମୀ କରିବେ ଧନ ର ବର୍ଷା ଏହି ସବୁ ରାଶି ଉପରେ

ମେଷ:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

ମିଥୁନ :-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ। କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ :-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ସିଂହ:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସଫଳତା ମିଳିବ। ବ୍ୟବସାୟରେ  କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ  କ୍ଷତି ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁକର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ଶରୀର ଭଲ ରହିବନାହିଁ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଚ୍ଛା:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ମକର :-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ :-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ :-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ।ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!