ଦୈନିକ ରାଶିଫଳ: ୨୨ ନଭେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ପ୍ରବଳ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

ମିଥୁନ:

ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ପ୍ରତିକାର ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କର୍କଟ:

ସ୍ୱାସ୍ଥ୍ୟ ଭଲ ରହିବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ସିଂହ:

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଖେଳ ଓ ବିଦ୍ୟାରେ ଉନ୍ନତି ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:

ସୁଖ ଶାନ୍ତିରେ ଦିନଟି କାଟିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତିହେବ। ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା:

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୂମ୍ଭ:

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:–

ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!